ଉପରମୁଣ୍ଡରେ ବର୍ଷା କମିବା ପରେ ହୀରାକୁଦ ଡ୍ୟାମର ୨ଟି ଗେଟ୍ ବନ୍ଦ

23

କନକ ବ୍ୟୁରୋ: ଉପରମୁଣ୍ଡରେ ବର୍ଷା କମିବା ପରେ ହୀରାକୁଦ ଡ୍ୟାମର ୨ଟି ଗେଟ୍ ବନ୍ଦ କରାଯାଇଛି । ଏବେ ୮ଟି ଗେଟ୍ ଦେଇ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରାଯାଉଛି । ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୦୮ ଦଶମିକ ୧୦ ଫୁଟ ରହିଛି । ତେବେ ଭଣ୍ଡାର ଭିତରକୁ ସେକେଣ୍ଡ ପ୍ରତି ୧ ଲକ୍ଷ ୨୫ ହଜାର ୯୮୯ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୭୦ ହଜାର ୨୧୯ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିବା ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।