ରସଗୋଲାର ଇତିହାସ ସମ୍ମନ୍ଧୀୟ କିଛି ତଥ୍ୟ !

77

ଜଗନ୍ନାଥ ମନ୍ଦିରରେ ରସଗୋଲାର ବ୍ୟବହାର ଅନେକ ଶତାବ୍ଦୀ ତଳୁ ହୋଇ ଆସୁଛି । ତେବେ ଏହା କେବେ ଆରମ୍ଭ ହେଲା ତାହା ବାବଦରେ କୌଣସି ସଠିକ ପ୍ରମାଣ ନାହିଁ । ରଥଯାତ୍ରା ସମୟରେ ଅଭିମାନିନୀ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ଜଗନ୍ନାଥ ତାଙ୍କୁ ରସଗୋଲା ଖୁଆନ୍ତି । ଏହି ରସଗୋଲା ଖୁଆଇବା ବିଧି ବଡ଼ଦେଉଳରେ ୬୦୦ରୁ ଅଧିକ ବର୍ଷର ପୁରୁଣା । ଉନ୍ନବିଂଶ ଶତାବ୍ଦୀର ଶେଷ ଆଡ଼କୁ କେଳୁ ଚରଣ ବେହେରା ପାହାଳ ଠାରେ ରସଗୋଲା ପ୍ରସ୍ତୁତକରି ବ୍ୟବସାୟ ଆରମ୍ଭ କରିଥିଲେ ।

କିମ୍ବଦନ୍ତୀ ଅନୁସାରେ –

ପାହାଳ ରସଗୋଲାକୁ ନେଇ ରହିଛି ଲୋକକଥା । ପାହାଳରେ ଅଧିକାଂଶ ଲୋକ ଗାଈ ପାଳୁଥିଲେ । ତେଣୁ ପ୍ରଚୁର କ୍ଷୀର ଉତ୍ପାଦନ ହେଉଥିଲା । ଖାଇବା ପରେ ଯାହା ବଳୁଥିଲା ତାକୁ ବାହାରେ ଫୋପାଡି ଦେଉଥିଲେ ସ୍ଥାନୀୟ ବାସିନ୍ଦା । ପୁରୀ ଜଗନ୍ନାଥ ମନ୍ଦିରର ଜଣେ ସେବାୟତଙ୍କ ନଜରରେ ଏହା ପଡିଥିଲା । ପ୍ରଚୁର କ୍ଷୀର ନଷ୍ଟ ହେଉଥିବାରୁ ଦେଖି ସେବାୟତ ଜଣକ ଲୋକଙ୍କୁ ସେଥିରୁ ଛେନା ଓ ଛେନାରୁ ତିଆରି ବିଭିନ୍ନ ଖାଦ୍ୟ ପ୍ରସ୍ତୁତି ଶିଖାଇଥିଲେ । ସେବେଠୁ ପାହାଳରେ ଛେନାରୁ ରସଗୋଲା ତିଆରି ହୋଇ ଆସିଥିବା ଇତିହାସ କହେ ।