ଆଇଏଏସ ସ୍ତରରେ ଅଦଳବଦଳ । ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ ।

557

କନକ ବ୍ୟୁରୋ : ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ସ୍ତରରେ ଶନିବାର ଅଦଳବଦଳ ହୋଇଛି । ଆଇଏଏସ ସ୍ତରରେ ଆଜି ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ସାହୁଙ୍କୁ ଶ୍ରମ କମିସନର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ସେହିପରି ଆଇଏଏସ ସଂଗ୍ରାମଜିତ୍ ନାୟକଙ୍କୁ ବିଏମସିର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସୁଶାନ୍ତ ମହାପାତ୍ରଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେହିପରି ନୟାଗଡର ଜିଲ୍ଲାପାଳ ଏନ. ଥିରୁମାଲା ନାୟକ ହୋଇଛନ୍ତି ମତ୍ସ୍ୟ ବିଭାଗର ନିର୍ଦ୍ଦେଶକ ।

ସେହିପରି କୋରାପୁଟ ଜିଲ୍ଲାପାଳ ପୁମା ଟୁଡୁଙ୍କୁ ନୟାଗଡ ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବା ବେଳେ ମଧୁସୁଦନ ମିଶ୍ରଙ୍କୁ କୋରାପୁଟ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ବାଲିଗୁଡା ଉପଜିଲ୍ଲାପାଳ ସିନ୍ଦେ ଦତ୍ତାତ୍ରୟ ଭାଉସାହେବଙ୍କୁ ବ୍ରହ୍ମପୁର, ଗଞ୍ଜାମର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।