ଅଟଳ ବିହାରୀ ବାଜପେୟୀଙ୍କୁ ଏମ୍ସ ମେଡିକାଲରେ ଭେଟି ପାରନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲଗାନ୍ଧି ! ବାଜପେୟୀଙ୍କୁ ଭେଟିବାପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅପରାହ୍ନରେ ଦିଲ୍ଲୀ ଗସ୍ତ
କନକ ବ୍ୟୁରୋ : ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଦିଲ୍ଲୀର ଏମ୍ସ ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ତେବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗୁଡୁଥିବାରୁ ଅଟଳଙ୍କୁ ଲାଇଫ ସପୋର୍ଟ ସିଷ୍ଟମରେ ରଖାଯାଇଛି । ଗତ ୨୪ଘଣ୍ଟା ମଧ୍ୟରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା କ୍ରମଶଃ ବିଗିଡିବାରେ ଲାଗିଛି । ତେବେ ବାଜପେୟୀଙ୍କ କିଡନୀ ସମସ୍ୟା ସହ ଅନ୍ୟ ରୋଗ ଥିବା ଡାକ୍ତରମାନେ କହିଛନ୍ତି । ଗତକାଲି ରାତିରେ ମେଡିକାଲ କର୍ତ୍ତୃପକ୍ଷ ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ, ଅଟଳଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବାରେ ଲାଗିଛି ଓ ତାଙ୍କୁ ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ଚିକିତ୍ସା କରୁଛନ୍ତି । ଏହି ଖବର ପ୍ରଚାରିତ ହେବାପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଅନେକ କେନ୍ଦ୍ରମନ୍ତ୍ରୀ ମେଡିକାଲରେ ପହଞ୍ଚି ବାଜପେୟୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ମେଡିକାଲ ଡାକ୍ତରଙ୍କୁ ପଚାରି ବୁଝିଥିଲେ ।
Kanak News is now on WhatsApp
Join and get latest news updates delivered to you via WhatsApp
ତେବେ କଂଗ୍ରେସ ଅଧ୍ୟକ୍ଷ ରାହୁଲଗାନ୍ଧି କିଛି ସମୟ ମଧ୍ୟରେ ଏମ୍ସରେ ପହଞ୍ଚିବେ ବୋଲି ଏକ ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି । ଆଜି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତା ଶାହା ମଧ୍ୟ ମେଡିକାଲ ଯିବାର କାର୍ଯ୍ୟକ୍ରମ ରହିଛି । ସେପଟେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଆଜି ଅପରାହ୍ମରେ ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି । ଅନେକ ବରିଷ୍ଠ ନେତାମାନେ ମେଡିକାଲରେ ପହଞ୍ଚିୁଥିବା କାରଣରୁ ସ୍ଥାନୀୟ ପୋଲିସ ପ୍ରଶାସନ ମଧ୍ୟରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ଜଣାପଡିଛି । ଏହାସହ ମୋଦି ପ୍ରତ୍ୟେକ ମୂହୁର୍ତ୍ତରେ ବାଜପେୟୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରୁଥିବା ସୂଚନା ମିଳିଛି । ସେପଟେ ବାଜପେୟୀଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିବା ପାଇଁ ସେ ଯାଉଥିବା ହନୁମାନ ମନ୍ଦିରରେ ବ୍ୟାପକ ପୂଜାର୍ଚ୍ଚନା ଚାଲିଥିବା ସୂଚନା ମିଳିଛି ।