ରଥାରୂଢ଼ ହେଲେ ତିନି ଠାକୁର !

55

କନକ ବ୍ୟୁରୋ : ପବିତ୍ର ରଥଯାତ୍ରା ଅବସରରେ ତିନି ଠାକୁର ରଥାରୂଢ଼ ହୋଇ ଭକ୍ତଙ୍କ ମେଳରେ ବଡ଼ଦାଣ୍ଡରେ ଯାତ୍ରା କରିବେ । ଅତ୍ୟନ୍ତ ମନରୋମ ପରିବେଶରେ ତିନି ଠାକୁରଙ୍କ ପହଣ୍ଡି ଶେଷ ହୋଇଛି । ଦେବଦଳନ ରଥରେ ରଥାରୂଢ଼ ହୋଇସାରିଛନ୍ତି ଚକ୍ରରାଜ ସୁଦର୍ଶନ ଓ ଦେବୀ ସୁଭଦ୍ରା । ତା’ପରେ ତାଳଧ୍ୱଜ ରଥରେ ରଥାରୂଢ଼ ହେଲେ ବଡ଼ଡାକୁର ଶ୍ରୀବଳଭଦ୍ର ।

ଶେଷରେ ପହଣ୍ଡି ସାରି ଶ୍ରୀଜଗନ୍ନାଥ ନନ୍ଦିଘୋଷ ରଥରେ ରଥାରୂଢ଼ ହୋଇଛନ୍ତି । ରଥାରୂଢ଼ ଠାକୁରଙ୍କ ଦର୍ଶନ ପାଇଁ ଭକ୍ତ ମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା । ରଥଯାତ୍ରା ଉପଲକ୍ଷେ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି । ସମସ୍ତେ ଅନେଇ ରହିଛନ୍ତି କେତେବେଳେ ତିନି ଠାକୁରଙ୍କ ରଥଟଣା ଆରମ୍ଭ ହେବ ଓ ରଥାରୂଢ଼ ଠାକୁରଙ୍କୁ ଦର୍ଶନ କରିବାର ସମୟ ଆସିବ ।