ପୁରୀ ଗଜପତିଙ୍କ ଛେରାପହଁରା: ରାଜା ବେଶରେ ତାଳଧ୍ୱଜ ପରେ ନନ୍ଦିଘୋଷ ରଥରେ ଗଜପତି ମହାରାଜଙ୍କ ଛେରାପହଁରା

135

କନକ ବ୍ୟୁରୋ: ତିନିଠାକୁରଙ୍କ ରଥାରୁଢ ପରେ ଆରମ୍ଭ ହୋଇଛି ଗଜପତି ମହାରାଜଙ୍କ ଛେରାପହଁରା ସେବା । ପ୍ରଥମେ ଗଜପତି ମହାରାଜ ବଳଭଦ୍ରଙ୍କ ରଥରେ ଛେରା ପହଁରା କରିସାରିବା ପରେ ମହାପ୍ରଭୁ ଜଗନ୍ନାଥଙ୍କ ରଥରେ ଛେରାପହଁରା କରିଛନ୍ତି । ତେବେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଅନ୍ୟତମ ମୁଖ୍ୟ ଆକର୍ଷଣ ହେଉଛି ପୁରୀ ଗଜପତି ମହାରାଜାଙ୍କ ଛେରା ପହଁରା ସେବା । ଗଜପତି ମହାରାଜାଙ୍କ ଛେରା ପହଁରା ନୀତି ମଧ୍ୟରେ ମୁଖ୍ୟତଃ ଦର୍ଶନ, ରାଜନୀତି, ବନ୍ଦାପନା, କର୍ପୂର ବର୍ତକ, ଚାମର, ଆଲଟ ସେବା, ପୟମାଳା ଗ୍ରହଣ ଆଦି ରହିଥାଏ ।

ତିନି ରଥ ଉପରେ ଶ୍ରୀ ବିଗ୍ରହମାନଙ୍କ ପହଣ୍ଡି ବିଜେ ହୋଇ ରଥାରୂଢ ହେବାପରେ ମୁଖ୍ୟ ବିଗ୍ରହମାନଙ୍କ ମଇଲମ ଓ ମାଳଫୁଲ, ଲାଗି ହୋଇଥାଏ । ଏହାପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଜନୈକ ପଦାଧିକାରୀ, ଶ୍ରୀମନ୍ଦିର କମାଣ୍ଡର, ଆବଶ୍ୟକ ସଂଖ୍ୟକ ମନ୍ଦିର ପୁଲିସ ଏବଂ ସରକାରୀ ପୁଲିସ ଶ୍ରୀନଅରକୁ ଯାଇ ବିଧିବଦ୍ଧ ଭାବେ ଗଜପତି ମହାରାଜାଙ୍କୁ ଛେରା ପହଁରା ସେବା କରିବା ପାଇଁ ଖବର ପଠାଇଥାନ୍ତି । ଶ୍ରୀନଅରରେ ଖବର ପଂହଚିବା ପରେ ଗଜପତି ମହାରାଜା ରାଜକୀୟ ବେଶରେ ଆସି ଛେରା ପହଁରା କରିଥାନ୍ତି ।