ସ୍କୁଲ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ! ଶବ ରଖି ଦିନ ତମାମ ରାସ୍ତା ରୋକ୍, କଟକରୁ ଧରାପଡିଲା ମୁଖ୍ୟ ଅଭିଯୁକ୍ତ

32

କନକ ବ୍ୟୁରୋ : ଜଗତସିଂହପୁର ଜିଲ୍ଲାର ଏରସମା ଅଂଚଳରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ଅଭିଯୁକ୍ତ ଗିରଫ । କଟକରୁ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଏରସମା ବ୍ଲକ ଅନ୍ତର୍ଗତ ଗଡହରିଶପୁର ଗାଁରେ ଜଣେ ୧୦ ବର୍ଷିୟା ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମଙ୍ଗଳବାରଠାରୁ ନିଖୋଜ ଥିବା ଏହି ନାବାଳିକାଙ୍କ ଉଲଗ୍ନ ମୃତଦେହ ଜଙ୍ଗଲରୁ ମିଳିବା ପରେ ଅଂଚଳରେ ଉତ୍ତେଜନା ଦେଖାଦେଇଥିଲା ।

ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ଘଟଣାକୁ ତୀବ୍ର ନିନ୍ଦା କରିବା ସହିତ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ମୃତ ନାବାଳିକାଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ସେ ଗଭୀର ସମବେଦନା ପ୍ରକାଶ କରିବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୫ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।