ସୁଧୁରୁନି ପାକିସ୍ତାନ ! ୪୮ ଘଂଟା ଧରି ପୁଂଛରେ ପାକ ସେନାର ଅସ୍ତ୍ରବିରତି ଉଲ୍ଲଂଘନ 

126

କନକ ବ୍ୟୁରୋ : ଜାମ୍ମୁ ଓ କଶ୍ମୀରର ଭାରତ ପାକିସ୍ତାନ ମଧ୍ୟରେ ଥିବା ଲାଇନ୍ ଅଫ କଣ୍ଟ୍ରୋଲ( ଏଲଓସି)ର ପୁଞ୍ଚ ସେକ୍ଟରରେ ପାକିସ୍ତାନ ପକ୍ଷରୁ ଗତ ୪୮ ଘଣ୍ଟା ଧରି ଅସ୍ତ୍ରବିରତି ଉଲଂଘନ କରାଯାଇଛି । ନୂଆବର୍ଷ ଆରମ୍ଭରୁ ପାକିସ୍ତାନ ବାରମ୍ବାର ସୀମାନ୍ତରେ ଅସ୍ତ୍ରବିରତି ଉଲଂଘନ ଚଳଇଛି । ଆଉ ପାକିସ୍ତାନ ସେନାର ଅସ୍ତ୍ରବିରତି ଉଲଂଘନର କଡ଼ା ଜବାବ ଦେଉଛନ୍ତି ଭାରତୀୟ ସେନା ।

ସୂଚନାଯୋଗ୍ୟ ଯେ ଗତ ନୂଆବର୍ଷ ଦିନ ପାକିସ୍ତାନ ସେନା ପୁଞ୍ଚ  କର୍ମରା ଅଞ୍ଚଳରେ ଥିବା ଭାରତୀୟ ଆଡ୍ଭାନ୍ସ ପୋଷ୍ଟ ଉପରକୁ ଗୁଳି ମାଡ଼ କରିଥିଲା । ପୁଣି ୨ ତାରିଖ ଦିନ ଦ୍ୱିତୀୟ ଦିନ ଲଗାତର ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତି ଉଲଂଘନ କରାଯାଇଥିଲା । ଯଦିଓ ପାକିସ୍ତାନରଏହି ଅସ୍ତ୍ରବିରତି ଉଲଂଘନ ଯୋଗୁଁ କେହି ଭାରତୀୟ ସୈନିକ ଆହତ ହୋଇ ନ ଥିଲେ ତଥାପି ଭାରତୀୟ ସେନା ପାକିସ୍ତାନର ଗୁଳିର ଜବାବ ଗୁଳିରେ ଦେଇ ପାକିସ୍ତାନକୁ ମୁହଁତୋଡ ଜବାବ ଦେଇଥିଲା ।

ସେହିପରି ଡିସେମ୍ବର ୨୩ ତାରିଖରେ ମଧ୍ୟ ପାକିସ୍ତାନୀ ସେନା ଅସ୍ତ୍ରବିରତି ଉଲଂଘନ କରିଥିଲା । ଡିସେମ୍ବର ୨୧ ତାରିଖରେ ପାକିସ୍ତନୀ ସେନା କୁପଓ୍ଵାରାର କେରାନ ସେକ୍ଟରରେ ଅସ୍ତ୍ରବିରତି ଉଲଂଘନ କରି ଗୁଳିମାଡ଼ କରିବାରୁ ୨ ଜଣ ଭାରତୀୟ ଯବାନ ସହିଦ ହୋଇଥିଲେ ।