ଜୁନ୍୧ରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ

37

ଭୁବନେଶ୍ୱର ବ୍ୟୁରୋ ,କନକ ନ୍ୟୁଜ୍ : ଜୁନ୍ ପହିଲାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ । ଏନେଇ ପ୍ରସ୍ତୁତି ଚୂଡାନ୍ତ ହୋଇଥିବା ଜଣାପଡିଛି । ପୁସ୍ତିକା ତିଆରି ଶେଷ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟର ଗାଇଡଲାଇନ୍ ଅନୁଯାୟୀ ଦେଶରେ ଥିବା ସମସ୍ତ ଯୁକ୍ତ ଦୁଇ ବୋର୍ଡ ଜୁନ୍ ଶେଷ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରିବା କଥା । ସେହି ଅନୁଯାୟୀ ଜୁନ୍ ୧ରେ ବାକି ୩ଟି ବିଭିଗର ପରୀକ୍ଷା ଫଳ ପ୍ରକାଶ କରିବାକୁ ଯୋଜନା କରିଛି ଯୁକ୍ତ ଦୁଇ ବୋର୍ଡ । ଏ ନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି ।