କନକ ବ୍ୟୁରୋ : ନବୀନଙ୍କୁ ଭେଟିଲେ କମଲ ହାସନ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କମଲ ହାସନ୍ । ଆଜି ସାଉଥ ସୁପରଷ୍ଟାର କମଲ ହାସନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କମଲ ହାସନଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ହୋଇଥିଲା।୨ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି କମଲ ।  ଏହି ଭେଟଘାଟ ସମୟରେ ଉଭୟଙ୍କ ମଧ୍ୟରେ ରାଜନୈତିକ ପ୍ରସଙ୍ଗରେ ଆଲୋଚନା ହୋଇଛି ।

Advertisment

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ‘କମଲ ହାସନ ଭୁବନେଶ୍ୱର ଆସିଥିବାରୁ ମୁଁ ଖୁସି। କମଲ ହାସନଙ୍କ ସଫଳ ରାଜନୈତିକ ଭବିଷ୍ୟତ କାମନା କରୁଛି ।’ ସେହିପରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ କମଲ ହାସନ କହିଛନ୍ତି, ନବୀନ ପଟ୍ଟନାୟକଙ୍କୁ ପାଖରୁ ଦେଖିବାକୁ ସୁଯୋଗ ମିଳିଲା । ତାଙ୍କର ସଫଳ ରାଜନୈତିକ କ୍ୟାରିୟର ଅନ୍ୟମାନଙ୍କ ପାଇଁ ପ୍ରେରଣା । ତାମିଲନାଡୁକୁ ଅଧିକ ସଫଳ ଓ ସମୃଦ୍ଧ କରିବା ଆମର ଲକ୍ଷ୍ୟ ବୋଲି ଆଞ୍ଚଳିକ ଦଳ ମକ୍କଲ ନିଧି ମୟମର ମୁଖ୍ୟ ତଥା ସାଉଥ ସୁପରଷ୍ଟାର କମଲ ହାସନ ଆଜି ଗଣମାଧ୍ୟମକୁ କହିଛନ୍ତି ।