କେନ୍ଦ୍ରାପଡ଼ାରେ କର୍ଫ୍ୟୁ ଜାରି କଲା ପ୍ରଶାସନ: ସ୍କୁଲ-କଲେଜ ବନ୍ଦ, ଆଇନଶୃଙ୍ଖଳା ରକ୍ଷା ପାଇଁ ସହରର ବିଭିନ୍ନ ଛକରେ ପୁଲିସର ପହରା

310

କନକ ବ୍ୟୁରୋ: କେନ୍ଦ୍ରାପଡ଼ା ସହରରେ କର୍ଫ୍ୟୁ ଜାରି କଲା ପ୍ରଶାସନ। ଗୋଷ୍ଠୀ ସଂଘର୍ଷ ହେତୁ ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ରହିଥିବାରୁ କର୍ଫ୍ୟୁ ଜାରି କରିଛି ପ୍ରଶାସନ।

କେନ୍ଦ୍ରାପଡ଼ା ସହର ସରକାରୀ ହାଇସ୍କୁଲ ପଡ଼ିଆରେ ଏକ ସଭା ଆୟୋଜନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସୃଷ୍ଟି ହୋଇଥିବା ଉତ୍ତେଜନା ପରିପ୍ରେକ୍ଷୀରେ ଅଶାନ୍ତ ହୋଇପଡ଼ିଛି କେନ୍ଦ୍ରାପଡ଼ା ସହର। ଗତକାଲି ସମଗ୍ର ସହରରେ ଏଥିପାଇଁ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଥିଲା ।

ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ପାଇଁ ସହରର ବିଭିନ୍ନ ଛକରେ ବ୍ୟାପକ ପୁଲିସ୍ ମୁତୟନ କରାଯାଇଥିବା ବେଳେ ରାଷ୍ଟ୍ରୀୟ ସୁରକ୍ଷା ସମିତି ପକ୍ଷରୁ ଆଜି ଦିଆଯାଇଥିବା ୧୨ ଘଣ୍ଟିଆ ବନ୍ଦ ଡାକରା ଯୋଗୁଁ ସମଗ୍ର ସହରରେ ଦୋକାନ ବଜାର ବନ୍ଦ ରହିଛି। ଗତକାଲି ଏହି ଘଟଣା ପରେ ସରକାରୀ ହାଇସ୍କୁଲ ପଡ଼ିଆରେ କୌଣସି କାର‌୍ୟ୍ୟକ୍ରମ ହେବ ନାହିଁ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି।