କୋଲକାତାର କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ଲକ୍ଷ ଲକ୍ଷ ଟଙ୍କାର ସଂପତି

28

କନକ ବ୍ୟୁରୋ : କୋଲକାତାର ମଧ୍ୟମଗ୍ରାମରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ । ଗତକାଲି ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ୩୮ଟି ଗାଡି ପହଂଚି ନିଆଁ ଲିଭାଇଛି ।

ତେବେ ନିଆଁ ଲିଭାଇବା ବେଳେ ହଠାତ ଏକ ବିସ୍ପୋରଣ ହେବାରୁ ୩ଜଣ ଅଗ୍ନିଶମ ବିଭାଗ କର୍ମଚାରୀ ଆହତ ହୋଇଥିବା ସୂଚନା ମିଳିଛି । ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇ ଚିକିତ୍ସା ଜାରି ରହିଛି । ଅଗ୍ନିକାଣ୍ଡର କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ ।