ନିଦ୍ରାହୀନତା ଦୂର କରେ ଲାଉ ! ଜାଣନ୍ତୁ ଶରୀର ପାଇଁ ଏହା କେତେ ଉପକାରୀ

159

ଶରୀର ପାଇଁ ଅନେକ ଉପକାରୀ ଲାଉ । ମାତ୍ର ଲାଉକୁ ଖାଦ୍ୟ ରୂପେ ବ୍ୟବହାର କରିବାକୁ ଅନେକ ଲୋକ ପସନ୍ଦ କରି ନଥାନ୍ତି । ତେବେ ଲାଉକୁ ରୋଷେଇ କରି ଖାଇବାଦ୍ୱାରା ଏବଂ ଏହାର ଜୁସ୍ ପିଇବାଦ୍ୱାରା କିି କି ମିଳିଥାଏ ଜାଣିଲେ ଏହାପ୍ରତି ଆଗ୍ରହ ବଢିଯିବ ।ଏହି ପରିବାଟିରେ ପ୍ରାୟ ୯୦ ପ୍ରତିଶତ ଜଳ ରହିଛି । ଅତ୍ୟଧିକ ଜଳ ଥିବା କାରଣରୁ ଏହା ଶରୀରକୁ ଶୀତଳତା ପ୍ରଦାନ କରିଥାଏ । ସେଥିପାଇଁ ଗ୍ରୀଷ୍ମଦିନରେ ଝାଳ ବାହାରି ଶରୀରରେ ଜଳଶୁଷ୍କତା ଦେଖା ଯାଇଥାଏ । ତେବେ ଲାଉ ଖାଉଥିବା ଏବଂ ଏହାର ଜୁସ ପିଉଥିବା ବ୍ୟକ୍ତିଠାରେ ଜଳ ଶୁଷ୍କତା ଦେଖାଯାଇ ନଥାଏ ।

ଜାଣନ୍ତୁ ଏହାର କିଛି ଉପକାରୀତା ଔଷଧିୟ ଗୁଣ ସଂପର୍କରେ . . .

• ନିଦ୍ରାହୀନତା ଭୋଗୁଥିବା ରୋଗୀ ପାଇଁ ଲାଉ ଉପକାରୀ । ଏଥିପାଇଁ ରସରେ ସାମାନ୍ୟ ରାଶି ତେଲ ମିଶାଇ ପିଇବାକୁ ପଡିଥାଏ ।

• ଆଜିକାଲି ହୃଦ୍ ରୋଗରେ ପୀଡିତଙ୍କ ସଂଖ୍ୟା ବଢୁଥିବାର ଦେଖିବାକୁ ମିଳୁଛି । ଅନୁଚିତ ଆହାର ଓ ଜୀବନଶୈଳୀରେ ପରିବର୍ତ୍ତନ ଏହାର ପ୍ରମୁଖ କାରଣ । ତେଣ ହୃଦୟକୁ ସୁସ୍ଥ ରଖିବା ପାଇଁ ଗୋଟେ କପ୍ ଲାଉ ଜୁସରେ ଟିକେ ଗୋଲମରିଚ ଏବଂ ସାମାନ୍ୟ ପୁଦିନା ରସକୁ ପକାଇ ନିୟମିତ ପିଇବା ଦରକାର ।

• ପ୍ରଦୂଷିତ ବାତାବରଣ ଓ ଅପମିଶ୍ରଣ ଖାଦ୍ୟ ଖାଇବାଦ୍ୱାରା କେଶ ଝଡିବା ଓ କେଶ ପାଚିବା ପରି ରୋଗ ଦେଖା ଯାଇଥାଏ । ପ୍ରତିଦିନ ସକାଳୁ ଏକ ଗ୍ଲାସ୍ ଲାଉ ରସ ପିଇବାଦ୍ୱାରା କେଶ ପାଚିବା ସମସ୍ୟା ଏଡାଯାଇ ପାରିବ ।

• ମୁଣ୍ଡରେ ରୁପି ହେଉଥିଲେ ଏହାକୁ ଅଳାଁ ରସ ସହ ମିଶାଇ ପିଇଲେ ଏହା ଦୂର ହୋଇଥାଏ ।

• ଦୁଶ୍ଚିନ୍ତା ତଥା ମାନସିକ ଚାପରୁ ରକ୍ଷା ପାଇବାକୁ ହେଲେ ଏହାକୁ ଖାଆନ୍ତୁ । ଲାଉରେ ଥିବା ପିତ୍ତଶାମକ ଗୁଣ ଶରୀରକୁ କେବଳ ଥଣ୍ଡା ରଖେ ନାହିଁ ଏହା ମସ୍ତିସ୍କକୁ ମଧ୍ୟ ଶାନ୍ତ ରଖିଥାଏ ।

• ଲାଉକୁ ଜୁସ କରି ପିଇବାଦ୍ୱାରା ଉଚ୍ଚ ରକ୍ତଚାପ ନିୟନ୍ତ୍ରିତ ହୋଇଥାଏ । କୋଲେଷ୍ଟରଲ ହ୍ରାସ ପାଇଁ ସକାଳୁ ସକାଳୁ ୨୦୦ଗ୍ରାମ୍ ଲାଉ ଜୁସ୍ ପିଅନ୍ତୁ । ନିୟମିତ ୨ ମାସ କରିବାପରେ କୋଲେଷ୍ଟରଲ ହ୍ରାସ ପାଇ ଥାଏ ।

• ପ୍ରତିଦିନ ଖାଲି ପେଟରେ ଲାଉ ଜୁସ ପିଇବାଦ୍ୱାରା କୋଷ୍ଠକାଠିନ୍ୟ ଦୂର କରେ । ଖାଲି ସେତିକି ନୁହେଁ ପରିଶ୍ରାରେ ଅମ୍ଳର ମାତ୍ରା ବଢି ପରିଶ୍ରା ଜଳାପୋଡା କରିଥାଏ । ସକାଳୁ ଲାଉ ରସ ପିଇଲେ ପରିଶ୍ରାରୁ ଅମ୍ଳର ମାତ୍ରା ହ୍ରାସ ପାଇଥାଏ ।