ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଆଶଙ୍କା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

1,188

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ୱ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ତେଣୁ ଏହି ଜିଲ୍ଲାକୁ ଭୁବନେଶ୍ୱର ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, କଳାହାଣ୍ଡି, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ରହିଛି ।

୨୦ ତାରିଖ ପରେ ପାଗ ମୁଖ୍ୟତଃ ୨୪ ତାରିଖ ପର୍ଯ୍ୟନ୍ତ ଶୁଖିଲା ରହିବ । ୨୫ ତାରିଖରେ ୫ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ରହିଛି ।

ଗତକାଲି ମୟୁରଭଞ୍ଜରେ ୩ମିମି, ସମ୍ବଲପୁରରେ ୨ମିମି, ବଲାଙ୍ଗୀରରେ ୧ମିମି, ବାଲେଶ୍ୱରରେ ୧ମିମି, ଗଞ୍ଜାମରେ ୧ମିମି, କୋରାପୁଟରେ ୧ମିମି, ଗଜପତିରେ ୧ମିମି ବର୍ଷା ରେକର୍ଡ କରାଯାଇଥିଲା । ରାଜ୍ୟରେ ଗୋପାଳପୁରରେ ସର୍ବାଧିକ ତାପମାତ୍ରା ୩୫.୫ ଡିଗ୍ରି ସେଲସିୟସ୍‌ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୬.୦ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରହିଛି ।