ସନ୍ଧ୍ୟା ସୁଦ୍ଧା ରାଜ୍ୟର ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା : ସତର୍କ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

453

କନକ ବ୍ୟୁରୋ : ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼ ଓ ଅନୁଗୁଳ ଆଦି ରହିଛି । ସନ୍ଧ୍ୟା ସମୟରେ ଏହି ଜିଲ୍ଲାଗୁଡ଼ିକ ସତର୍କ ରହିବା ପାଇଁ ପରାମର୍ଶ ଦେଇଛି । ଏହି ଜିଲ୍ଲାଗୁଡ଼ିକରେ ସନ୍ଧ୍ୟା ସୁଦ୍ଧା କାଳବୈଶାଖୀ ସମ୍ଭାବନା ରହିଛି।

ସେପଟେ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇପଡ଼ିଛି। ଜୁନ୍ ୧ରୁ ଜୁନ୍ ୨୫ ମଧ୍ୟରେ ସ୍ୱାଭାବିକଠାରୁ ୨୪ ପ୍ରତିଶତ କମ୍ ବର୍ଷା ହୋଇଛି । ଆସନ୍ତା ୪୮ଘଣ୍ଟା ଯାଏ ପ୍ରବଳ ବର୍ଷାର କୌଣସି ସମ୍ଭାବନା ନାହିଁ। ସାରା ରାଜ୍ୟରେ ଆସନ୍ତା ୩୦ରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବର୍ଷା ହେବ ବୋଲି କୁହାଯାଉଛି । ଉପକୂଳ ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ବୋଲି ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।