କନକ ବ୍ୟୁରୋ: ଶ୍ରୀଜିଉଙ୍କ ବିଭିନ୍ନ ବେଶମଧ୍ୟରେ ‘ସୁନାବେଶ’ ଅନ୍ୟତମ, ଯାହାକି ଅତ୍ୟନ୍ତ ଉପଭୋଗ୍ୟ ତଥା ଆକର୍ଷଣୀୟ । ମହାପ୍ରଭୁଙ୍କ ସକଳ ଦେଶରେ ମାଧୁର୍ଯ୍ୟ ଲାବଣ୍ୟ ପ୍ରକଟିତ ହେଉଥିବା ସ୍ଥଳେ କେବଳ ସୁନା ବେଶରେ ଐଶ୍ୱର୍ଯ୍ୟ ପ୍ରାବଲ୍ୟ ପରିସ୍ଫୁଟ ହୋଇଥାଏ । ଶ୍ରୀମନ୍ଦିରସ୍ଥ ରତ୍ନ ସିଂହାସନ ଉପରେ ଶ୍ରୀବିଗ୍ରହମାନେ ବିଭିନ୍ନ ତିଥିରେ ଯଥା କାର୍ତ୍ତିକ ପୂର୍ଣ୍ଣମୀ, କୁମାର ପୂର୍ଣ୍ଣମୀ, ଦୋଳ ପୂର୍ଣ୍ଣମୀ, ଦଶହରା( ବିଜୟା ଦଶମୀ) ପ୍ରଭୃତି ଦିବସ ମାନଙ୍କରେ ରାଜବେଶ, ରାଜ ରାଜେଶ୍ୱର ଇତ୍ୟାଦି ସୁନାବେଶରେ ସଜ୍ଜିତ ହେଉଥିଲେ ହେଁ ଶ୍ରୀଗୁଣ୍ଡିଚା ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟରେ ଅର୍ଥାତ ଆଷାଢ଼ ଶୁକ୍ଳ ଏକାଦଶୀ ଦିନ ସିଂହଦ୍ୱାରଠାରେ ଦଣ୍ଡାୟମାନ ଥିବା ତ୍ରିରଥ ଉପରେ ଆକର୍ଷଣୀୟ ସୁନାବେଶ ହୋଇ ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ ଦର୍ଶନ ଦେଇଥାନ୍ତି ।

Advertisment

ବଡ଼ଠାକୁର ଶ୍ରୀବଳଦେବଜୀଉ:

ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣି, କୁଣ୍ଡଳ, ଚନ୍ଦ୍ର ସୂର୍ଯ୍ୟ, ଆଡକାନି, ଘାଗଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବା କଣ୍ଠି, ହଳ ଓ ମୂଷକ( ଆୟୁଧ), ବାହାଡ଼ାମାଳି, ବାଘନଖ ମାଳି, ସେବତିମାଳି, ତ୍ରିଖଣ୍ଡିକା କମରପଟି ।

ଏହି ‘ସୁନାବେଶ’ରେ ଲାଗି ହେଉଥିବା ସମସ୍ତ ସ୍ୱର୍ଣ୍ଣ ଅଳଙ୍କାର ସାମଗ୍ରୀ ଭଣ୍ଡାର ଘରୁ ପାଳିଆ ମେକାପ, ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ, ପୋଲିସ, ମନ୍ଦିର ଅଧିକାରୀ ତଥା ଗାରଦ କର୍ମଚାରୀମାନଙ୍କ ସହାୟତାରେ ତିନି ରଥ ଉପରକୁ ଆସିଥାଏ। ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରଭୃତି ସେବକମାନେ ଉପସ୍ଥିତ ରହି ଶ୍ରୀବିଗ୍ରହମାନଙ୍କ ସୁନାବେଶ କରିଥାନ୍ତି।