ଡିପ୍ରେସନରେ ପରିଣତ ହେଲା ଲଘୁଚାପ :୨୪ ଘଂଟା ମଧ୍ୟରେ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

28

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଦକ୍ଷିଣ ପୂର୍ବ ଆଣ୍ଡାମାନରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ତେବେ ଓଡିଶା ଉପରେ ଏହାର ବିଶେଷ ପ୍ରଭାବ ପଡିବ ନାହିଁ । ତେବେ ଉପକୂଳ ଓଡିଶା ଓ ଉତର ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶାରେ ପ୍ରାୟତଃ ବର୍ଷା ହେବ ନାହିଁ ।

ଆଜି ଅପରାହ୍ନରୁ ବର୍ଷା ଆରମ୍ଭ ହେବାର ଅନୁମାନ କରିଛିି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବର୍ଷା ସହ କେତେକ ସ୍ଥାନରେ ଘଂଟାପ୍ରତି ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବା କହିଛନ୍ତି ଆଂଚଳିକ ପାଣିପାଗ ନିର୍ଦ୍ଦେଶକ ଶରତ କୁମାର ସାହୁ । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ସତର୍କତାର ସହ ଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।