ଉତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ : ବର୍ଷାରେ ବେହାଲ୍ ସାରା ରାଜ୍ୟ

25

କନକ ବ୍ୟୁରୋ : ଉତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ତେବେ ଆଜି ସମ୍ବଲପୁରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଝିପି ଝିପି ବର୍ଷା ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି । ଲଗାଣ ବର୍ଷା ଫଳରେ ବିଭିନ୍ନ ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଇଛି।