କନକ ବ୍ୟୁରୋ : ଆସନ୍ତା ୧୬ ତାରିଖରେ ଉତର ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ।ପ୍ରଭାବରେ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ତେବେ ରାଜ୍ୟର ଉତ୍ତର ଓ ଦକ୍ଷିଣାଚଂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କଟକ, ନୟାଗଡ, ଖୋର୍ଦ୍ଧା ପୁରୀ ଗଂଜାମ, ମୟୁରଭଂଜ, ଢେଙ୍କାନାଳ, ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟ ବର୍ଷା ରେକର୍ଡ ହୋଇଛି । ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ସର୍ବାଧିକ ୪୩.୬ ମିଲିମିଟର ବର୍ଷା ରେକର୍ଡ ହୋଇଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ : ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
/kanak/media/post_attachments/wp-content/uploads/2016/08/rain-pune.jpg)