ଓଡିଶା ଉପକୂଳରେ ପୁଣି ଏକ ଘୂର୍ଣ୍ଣିବଳୟ : ଆସନ୍ତା ୨୬ରେ ଲଘୁଚାପ ସମ୍ଭାବନା

48

କନକ ବ୍ୟୁରୋ : ଆସନ୍ତା ୨୪ ଘଂଟା ମଧ୍ୟରେ ଓଡିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୬ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ । ଏହା ପ୍ରଭାବରେ ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଆଗାମୀ ୨୫ ତାରିଖରେ ଆନ୍ଧ୍ର-ଓଡିଶା ଦକ୍ଷିଣ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରଦିନ ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଫଳରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ଉପୁଜିଛି । ଏଭଳି ପାଗ ଆସନ୍ତା ୨୯ ତାରିଖ ଯାଏଁ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।