ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ : ୬ ତାରିଖ ଯାଏ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

30

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇଛି । ଆସନ୍ତା ୨୪ ଘଂଟା ମଧ୍ୟରେ ଏହା ଅବପାତ ଓ ପରେ ଭୀଷଣ ଅବପାତରେ ପରିଣତ ହେବାର ପୁର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରଥମେ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜିଠୁ ୬ ତାରିଖ ପର୍ଯ୍ୟନ୍ତ ଉପକୂଳ, ଓ ଆଭ୍ୟନ୍ତରୀଣ ଅଂଚଳରେ ପ୍ରବଳ ବର୍ଷା ହେବାର ଅନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୭ ତାରିଖରୁ ଓଡିଶାରେ ଶୀତର ପ୍ରକୋପ ମଧ୍ୟ ବଢିପାରେ । ତେବେ ଧାନ ଆମଳର ସମୟ ଥିବାରୁ ଚାଷୀମାନଙ୍କୁ କାଟିଥିବା ଧାନ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ପରାମର୍ଶ ଦିଆଯାଇଛି ।