ଓଡିଶାରେ ପ୍ରଧାନମନ୍ତ୍ରୀ ! ବିମାନବନ୍ଦରରେ ମୋଦିଙ୍କୁ ଦିଆଗଲା ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା !

174

କନକ ବ୍ୟୁରୋ : ଓଡିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱର ବିମାନ ବନ୍ଦରରେ ପାଖାପାଖି ୧୨.୫୦ ମିନିଟରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ମୋଦି । ବିମାନବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ରାଜ୍ୟପାଳ ଗଣେଶୀ ଲାଲଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୋଦିଙ୍କୁ ସ୍ୱାଗତ କରିଛନ୍ତି ।

ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥମନ୍ତ୍ରୀ ଶଶୀଭୂଷଣ ବେହେରା ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ସେହିପରି ବିମାନବନ୍ଦରରେ ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନା ମଧ୍ୟ ମୋଦିଙ୍କୁ ସ୍ୱାଗତ କରିଥିଲେ । ଏହା ସହ ବିଜେପିର ଅନ୍ୟ କେତେକ ନେତା ମଧ୍ୟ ମୋଦିଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ତେବେ ବିମାନବନ୍ଦରରୁ ମୋଦି ସିଧାସଳଖ ଆଇଆଇଟି କ୍ୟାମ୍ପସକୁ ଗସ୍ତ କରିଛନ୍ତି ।