ମୌସୁମୀକୁ ଅପେକ୍ଷା

24

ଭୁବନେଶ୍ୱର ବ୍ୟୁରୋ ,କନକ ନ୍ୟୁଜ୍ : ଜୁନ ଦ୍ୱିତୀୟ ସପ୍ତାହ ସୁଦ୍ଧା ମୌସୁମୀ ଓଡିଶା ଛୁଇଁବ ବୋଲି ପୂର୍ବାନୁମାନ କରିଛନ୍ତି ଆଂଚଳିକ ପାଣିପାଗ କେନ୍ଦ୍ର । ଜୁନ ୭ ସୁଦ୍ଧା ମୌସୁମୀ କେରଳ ଛୁଇଁପାରେ । ଏହା ପରେ ୨ରୁ ୭ ଦିନ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ । ୪ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ବେଳେ ଅନୁଗୁଳରେ ସର୍ବାଧିକ ୪୭.୬ ମିଲିମିଟର ବର୍ଷା ହୋଇଛି ।  ବର୍ଷା ଯୋଗୁଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶକ ଶରତ ସାହୁ କହିଛନ୍ତି ।