ଟ୍ରପ ଲାଇନ ପ୍ରଭାବରେ ମୌସୁମୀ ସକ୍ରିୟ : ବର୍ଷାରେ ବେହାଲ ଦ୍ୱୈତନଗରୀ ,ଜନଜୀବନ ଅସ୍ତବ୍ୟସ୍ତ

20

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ଟ୍ରପ ଲାଇନ ପ୍ରଭାବରେ ସାରା ରାଜ୍ୟରେ ବର୍ଷା । ଫଳରେ ପ୍ରବଳ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିଛି । ଆଗାମୀ ୪ ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଉତର ଓଡିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଅନ୍ୟପଟେ ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡିଶାରେ ଅଧିକ ବର୍ଷା ହେବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।