ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା

168

କନକ ବ୍ୟୁରୋ :  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୋମବାର ସୂଚନା ଦିଆଯାଇଛି । ମିଳିଥିବା ସୂଚନା ଅନୁସାରେ ବଙ୍ଗୋପସାଗରରେ ଘୂର୍ଣ୍ଣିଝଡ ହେବା ଫଳରେ ଓଡ଼ିଶାର ଉତ୍ତର ଓ ଦକ୍ଷିଣ ଭାଗର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ କାର୍ଯ୍ୟାଳୟ ।

ସେହିଭଳି ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ଆକାଶରେ ବାଦଲ ଦେଖାଯିବା ସହିତ ବର୍ଷା ହେବ । ଗତ ୨୪ ଘଣ୍ଟା ମଧ୍ୟରେ ରାୟଗଡ଼ା, ମୟୁରଭଞ୍ଜ, ବାଲେଶ୍ୱର, ମାଲକାନଗିରି, କେରାପୁଟ, କେନ୍ଦୁଝର, ଗଜପତି, କନ୍ଧମାଳ, ସମ୍ବଲପୁର, ସୁନ୍ଦରଗଡ଼ ଓ ନବରଙ୍ଗପୁର ଓ ଖୋର୍ଦ୍ଧା ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି ।