ଆଜି ଠାରୁ ରାଜ୍ୟର ସମସ୍ତ ସ୍କୁଲ ସକାଳୁଆ ! ଦିନ ୧୧ଟା ସୁଦ୍ଧା କ୍ଲାସ ସାରିବାକୁ ସ୍କୁଲ କତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ

41

କନକ ବ୍ୟୁରୋ : ଆଜି ଠାରୁ ରାଜ୍ୟର ସମସ୍ତ ସ୍କୁଲ ସକାଳୁଆ । ଟାଣ ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରାଯାଇଛି । ଏନେଇ ପୂର୍ବରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା । ଦିନ ୧୧ଟା ସୁଦ୍ଧା କ୍ଲାସ ସାରିବାକୁ ସ୍କୁଲ କତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଂଶୁଘାତରୁ ରକ୍ଷା ପାଇବା ପାଇଁ ଶିକ୍ଷାନୁଷ୍ଠାନରେ ପର୍ଯ୍ୟାପ୍ତ ପାଣିର ବ୍ୟବସ୍ଥା କରାଯିବାକୁ ପରାମର୍ଶ ଦିଆଯାଇଛି ।

ଏହା ସହ ଦେଖନ୍ତୁ ଏହି ଭିଡିଓ-