ସମ୍ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣା : ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

34

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ସମ୍‌ ହସ୍ପିଟାଲ୍‌ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖପ୍ରକାଶ କରିଛନ୍ତି । ଏହି ଘଟଣା ଅତ୍ୟନ୍ତ ଦୁଃଖଦାୟକ ବୋଲି ନବୀନ କହିଛନ୍ତି । ସ୍ଥାନାନ୍ତର ହୋଇଥିବା ରୋଗୀମାନଙ୍କୁ ଉପଯୁକ୍ତ ଚିକିତ୍ସା ଦେବାକୁ  ସରକାରୀ ହସ୍ପିଟାଲଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଘରୋଇ ହସ୍ପିଟାଲ୍‌ଗୁଡ଼ିକ ମଧ୍ୟ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଳମ୍ବିତ ରାତିରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଯାଇ ମୃତାହତଙ୍କ ଅବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ । ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଏହାର ତଦନ୍ତ କେନ୍ଦ୍ରାଞ୍ଚଳ ଆର୍‌ଡିସି କରିବେ । ଆହତମାନଙ୍କୁ ମାଗଣା ଚିକିତ୍ସା ଯୋଗାଇଦେବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।