ସମ୍ ଅଗ୍ନିକାଣ୍ଡ ଘଟଣା : ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

42

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ସମ୍ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା । ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦିଆଯିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋମବାର ରାତିରେ ସମ୍ ହସ୍ପିଟାଲରେ ହୋଇଥିବା ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୨୧ରେ ପହଂଚିଛି । ସୋମବାର ଦିନ ୨୦ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି ।