ନୟାଗଡ଼ରେ ରଣପୁରରେ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ ! ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅନୁରୋଧ କଲେ ବିଜେଡ଼ି ସଭାପତି

126

କନକ ବ୍ୟୁରୋ : ତୃତୀୟ ପର୍ଯ୍ୟାୟ ପାଇଁ ମାରାଥନ ପ୍ରଚାର କରୁଛନ୍ତି ବିଜେଡ଼ି ସଭାପତି । ଏହି କ୍ରମରେ ଆଜି ନୟାଗଡ଼ ରଣପୁରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ନୟାଗଡରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର କାର୍ଯ୍ୟ । ମୁଖ୍ୟମନ୍ତ୍ରୀ ନୟାଗଡର ରଣପୁର ଜନସଭାକୁ ସମ୍ବୋଧିତ କରିିଛନ୍ତି । ଜୟ ଜଗନ୍ନାଥ କହି ଉଦବୋଧନ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପୁଣି କାଳିଆ ଯୋଜନାର ସଫଳତା ବିଷୟରେ ଲୋକଙ୍କ ସାମ୍ନାରେ ବଖାଣିଲେ । କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀଙ୍କ ଉପକୃତ ହେଲେଣି । କେନ୍ଦ୍ର କାଳିଆ ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛି । ହେଲେ ମୁଁ ଥିବା ପର୍ଯ୍ୟନ୍ତ କାଳିଆ ଯୋଜନାକୁ କେହି ବନ୍ଦ କରିପାରିବେ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଜୁ ଜନତା ଦଳ ସରକାର ଗଠନ କରିବାର ପ୍ରଥମ ଦିନରେ କାଳିଆ ଯୋଜନାର ୨ କିସ୍ତି ଟଙ୍କା ମିଳିବ । ବିଜୁ ଜନତା ଦଳ ମହିଳାମାନଙ୍କୁ ହକ୍ ଦେଇଛି । କେନ୍ଦ୍ରର ଯୋଜନା ତୁଳନାରେ ରାଜ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାମାନେ ଦୁଇଗୁଣ ଟଙ୍କା ପାଉଛନ୍ତି ।

ଅନ୍ୟପଟେ ନବୀନ କହିଛନ୍ତି ଫାଇଲିନ, ହୁଡହୁଡ ବେଳେ କେନ୍ଦ୍ରୀୟ ନେତାଙ୍କ ଦେଖାମିଳିଲାନି । ଆଉ ଏବେ ନିର୍ବାଚନ ସମୟରେ ସେମାନଙ୍କର ଦେଖା ମିଳୁଛି ବୋଲି କହିଲେ ନବୀନ । ଏହାସହ ନିର୍ବାଚନୀ ସଭାରେ ଶଙ୍ଖ ଚିହ୍ନରେ ଭୋଟ ଦେବା ପାଇଁ ଜନତାଙ୍କ ଉଦ୍ଦେଶ୍ୟରେ ଅନୁରୋଧ କଲେ ।