ପାଳଗଦାରେ ନିଆଁ ଲାଗି ୩ ଶିଶୁ ମୃତ୍ୟୁ ଘଟଣା । ସମବେଦନା ଜଣାଇବା ସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

348

କନକ ବ୍ୟୁରୋ: ପୋଲସରାରେ ପାଳଗଦାରେ ନିଆଁ ଲାଗି ୩ ଶିଶୁଙ୍କ ମୃତ୍ୟୁ ଘଟଣା । ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମବେଦନା ଜଣାଇବା ସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କକରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଆହତଙ୍କୁ ସମ୍ପୂର୍ଣ୍ଣ ମାଗଣା ଚିକିତ୍ସା ଯୋଗାଇବାକୁ ହସ୍ପିଟାଲ କର୍ତ୍ତୁପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସେପଟେ ବ୍ରହ୍ମପୁର ଏମକେସିଜି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୩ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ଜଣ ପୁଅ ଓ ଜଣେ ଝିଅ ଥିବା ସୂଚନା ମିଳିଛି । ଅନ୍ୟ ଜଣଙ୍କର ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସା ଚାଲିଛି । ପାଳଗଦାରେ ଶିଶୁମାନଙ୍କର ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡି ଯାଇଥିଲା । ପୋଲସରା ଅନ୍ତର୍ଗତ ଖରିଛଟା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା ।

ସୂଚନା ଅନୁଯାୟୀ ପିଲାମାନେ ଏକ ପାଳଗଦାରେ ଖେଳୁଥିବାବେେଳେ ଅଚାନକ ନିଆଁ ଲାଗିଯାଇଥିଲା । ପାଟିଶୁଣି ଗ୍ରାମାବାସୀମାନେ ପହଁଚି ନିଆଁକୁ ଆୟତ କରିଥିଲେ । କିନ୍ତୁ ସେତେବେଳକୁ ଶିଶୁମାନେ ପୋଡି ଯାଇ ଗୁରୁତର ହୋଇଥିଲେ ।