ଗଞ୍ଜାମ ରଙ୍ଗେଇଲୁଣ୍ଡାରେ ମୁଖ୍ୟମନ୍ତ୍ରୀ ! ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ନବୀନ

102

କନକ ବ୍ୟୁରୋ : ବିଜେଡିର ଦକ୍ଷିଣ ମିଶନ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଂଜାମ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ଏକ ହଜାର ୧୧କୋଟିର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଆଜି ଦିନ ପ୍ରାୟ ସାଢେ ୧୧ଟାରେ ଗଂଜାମ ଜିଲାର ରଙ୍ଗେଇଲୁଣ୍ଡାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ପ୍ରଥମେ କାଳିଆ ସଙ୍ଗୀତର ଉନ୍ମୋଚନ କରିଥିଲେ ମୁଖ୍ୟମନ୍ତ୍ରୀ ।

୭୧୬ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ସହ ୨୯୬ କୋଟି ଟଙ୍କାର ପ୍ରକଳ୍ପ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଏଠାରେ ଏକ ଚାଷୀ ସମାବେଶରେ ଯୋଗ ଦେଇଛନ୍ତି । ଏଠାରେ ମୁଖ୍ୟମନ୍ତ୍ରୀ ପ୍ରାୟ ୨୫ ହଜାର ଚାଷୀଙ୍କୁ ବିଭିନ୍ନ କୃଷି ଉପକରଣ ବାଂଟିବା ସହ ଜନସାଧାରଣଙ୍କୁ ଉଦବୋଧନ ଦେଇଛନ୍ତି । ଏହି ଚାଷୀ ସମାବେଶରେ ଜିଲ୍ଲାର ୨୨ଟି ବ୍ଲକର ଚାଷୀମାନେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ୨୩୧ଟି ପ୍ରକଳ୍ପର ଉଦଘାଟନ ଓ ୪୮ଟି ପ୍ରକଳ୍ପର ଶିଳାନ୍ୟାସ ହୋଇଛି ।