ରାଜ୍ୟରେ ଆଉ ୬୭ ନୂଆ ଆକ୍ରାନ୍ତ ଚିହ୍ନଟ । ୧୬୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଦିଆଗଲା ସୂଚନା

927

କନକ ବ୍ୟୁରୋ : ରାଜ୍ୟରେ ଆଜି ଆଉ ୬୭ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।  ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି ।  ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେମାନଙ୍କ ମଧ୍ୟରୁ ୬୫ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨ ଜଣ ସ୍ଥାନୀୟ ଅଂଚଳର ବାସିନ୍ଦା ।

ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ରହିଥିବାବେଳେ ଯାଜପୁର ,ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ ଲେଖାଏଁ ସଂକ୍ରମିତ ଅଛନ୍ତି ।  ଏହାସହ ନୟାଗଡ଼ରୁ ୭ ଜଣ ଓ ଜଗତସିଂହପୁର, ସମ୍ବଲପୁର, ବଲାଙ୍ଗୀରରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।  ସୁବର୍ଣ୍ଣପୁର ଜିଲ୍ଲାରୁ ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୦ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୪୧ ହୋଇଥିବା ବେଳେ ୮୧୨ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ଏବେ ସୁଦ୍ଧା କରୋନା ସଂକ୍ରମଣରେ ୭ଜଣଙ୍କର ପ୍ରାଣ ହରାଇଛନ୍ତି ।