୨୩ରୁ ବଢିବ ବର୍ଷା! ୨୨ ତାରିଖ ଯାଏଁ ରାଜ୍ୟର କାଁ ଭାଁ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା

1,268

କନକ ବ୍ୟୁରୋ:  ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କାଁ ଭାଁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆଜି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଧା, କଟକ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ଏବଂ ୨୧ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ୨୨ତାରିଖରେ ସାମାନ୍ୟ କମିବ। ଏହି ଦିନ ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ତେବେ ୨୩ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ବିଶେଷକରି ମାଲକାନଗିରି, କୋରାପୁଟ, ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁର ଜିଲ୍ଲାରେ ବର୍ଷା ପରିମାଣ ଅଧିକ ରହିବ। ପରଦିନ ଅର୍ଥାତ ୨୪ ତାରିଖରେ ମଧ୍ୟ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଗତ ୧୨ ଘଣ୍ଟା ମଧ୍ୟରେ ବାରିପଦାରେ ୨୫ମିମି ବର୍ଷା ହୋଇଥିବା ବେଳେ ହୀରାକୁଦରେ ୨୧, ଭବାନୀପାଟଣାରେ ୧୧.୬, ବଲାଙ୍ଗୀର ଓ ଦାରିଙ୍ଗବାଡ଼ିରେ ୮, ଫୁଲବାଣୀରେ ୪.୮, ଭୁବନେଶ୍ବରରେ ୨.୪ ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।