ରାତି ୭ଟା ସୁଦ୍ଧା ୧୬ ଜିଲ୍ଲାକୁ କାଳବୈଶାଖୀ ! ସତର୍କ ସୂଚନା ଜାରିକଲା ପାଣିପାଗ କେନ୍ଦ୍ର

1,373

କନକ ବ୍ୟୁରୋ: ରାତି ୭ଟା ସୁଦ୍ଧା ରାଜ୍ୟର ୧୬ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୭ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, ରାୟଗଡ଼ା, କନ୍ଧମାଳ, କେରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ଏବଂ ସୁନ୍ଦରଗଡ଼ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ଓଡିଶା ଛୁଇଁବ ମୌସୁମୀ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତଫରୁ ସୂଚନା ମିଳିଛି । ତେବେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ଦେଖିବାକୁ ମିଳିଛି । ଅନ୍ୟପଟେ ଆସନ୍ତାକାଲି ମୌସୁମୀ ଓଡ଼ିଶାକୁ ଛୁଇଁଲେ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶ। । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଖରା ଏବଂ କୋହଲା ପାଗ ମଧ୍ୟରେ ଲୁଚକାଳି ଲାଗି ରହିଥିଲା । ରାତି ୭ଟା ସୁଦ୍ଧା ରାଜ୍ୟର ୧୬ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।