ସନ୍ଧ୍ୟା ସୁଦ୍ଧା ସତର୍କ ରୁହ ! ଝଡ଼ବର୍ଷା ଓ ବଜ୍ରପାତ ନେଇ ୯ ଜିଲ୍ଲାକୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ରର ପରାମର୍ଶ ।

941

କନକ ବ୍ୟୁରୋ: ରାଜ୍ୟର ୯ଟି ଜିଲ୍ଲାକୁ ଝଡ଼ବର୍ଷା ଓ ବଜ୍ରପାତ  ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୫ଟା ୩୦ ମିନିଟ୍ ମଧ୍ୟରେ ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, କଟକ, ଯାଜପୁର, ଯାଜପୁର ଏବଂ ଖୋର୍ଦ୍ଧା ଭଳି ଜିଲ୍ଲା ଗୁଡ଼ିକୁ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଓଡ଼ିଶାର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ । ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ଗତକାଲି ଭଳି ଆଜି ମଧ୍ୟ ରାଜ୍ୟର ୯ଟି ସ୍ଥାନରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।