ସନ୍ଧ୍ୟା ୫ଟା ସୁଦ୍ଧା ୧୧ ଜିଲ୍ଲାକୁ କାଳବୈଶାଖୀ ! ସତର୍କ ସୂଚନା ଜାରିକଲା ପାଣିପାଗ କେନ୍ଦ୍ର ।

1,700

କନକ ବ୍ୟୁରୋ: ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟର ୧୧ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୭ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଖୋର୍ଦ୍ଧା, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ କଟକ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ଗତ ୯ ତାରିଖରେ କେରଳକୁ ମୌସୁମୀ ଛୁଇଁଥିଲେ ମଧ୍ୟ ଏହା ଓଡ଼ିଶାକୁ ଛୁଇଁବାରେ ବିଳମ୍ବ ହେବ । କାରଣ ସାମୁଦ୍ରିକ ଝଡ଼ ‘ବାୟୁ’ ପ୍ରଭାବରେ ମୌସୁମୀ ଓଡ଼ିଶାକୁ ଛୁଇଁବାରେ ବିଳମ୍ବ କରିପାରେ ବୋଲି ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି । ସେହିପରି ଆସନ୍ତା ସପ୍ତାହକ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଖରା ଏବଂ କୋହଲା ପାଗ ମଧ୍ୟରେ ଲୁଚକାଳି ଲାଗି ରହିଥିଲା । ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟର ୧୧ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।