୬ ଜିଲ୍ଲାକୁ ସତର୍କ ଘଣ୍ଟି ! ସନ୍ଧ୍ୟା ସୁଦ୍ଧା ୬ଟି ଜିଲ୍ଲାକୁ କାଳବୈଶାଖୀ ନେଇ ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର ।

1,891

କନକ ବ୍ୟୁରୋ: ସନ୍ଧ୍ୟା ସୁଦ୍ଧା ରାଜ୍ୟର ୬ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୭ଟା ୩୦ ମିନିଟ୍ ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କେରାପୁଟ ଏବଂ ମାଲକାନଗିରି ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ଗତ ୯ ତାରିଖରୁ କେରଳକୁ ଛୁଇଁଛି ସାରିଛି ମୌସୁମୀ, ହେଲେ ବାତ୍ୟା ‘ବାୟୁ’ ପ୍ରଭାବରେ ମୌସୁମୀ ଓଡ଼ିଶାକୁ ବିଳମ୍ବରେ ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଖରା ଏବଂ କୋହଲା ପାଗ ମଧ୍ୟରେ ଲୁଚକାଳି ଲାଗି ରହିଥିଲା । ସନ୍ଧ୍ୟା ସୁଦ୍ଧା ରାଜ୍ୟର ୬ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।