କନକ ବ୍ୟୁରୋ : ରାତିରେ ମିଳିଲା ଆହାର । ଆଜିଠୁ ଆହାର ଯୋଜନାରେ ରାତ୍ରି ଭୋଜନ ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି । କ୍ୟାପିଟାଲ ହସ୍ପିଟାଲ ପରିସରରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ ପରିସରରେ ଖୋଲୁଥିବା ନୂଆ ଆହାର କେନ୍ଦ୍ରର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫୬ଟି ପ୍ରମୁଖ ଚିକିତ୍ସାଳୟରେ ଥିବା ଆହାର କେନ୍ଦ୍ରରେ ଏଣିକି ରୋଗୀଙ୍କ ସମ୍ପର୍କୀୟ ଏବଂ ଚିକିତ୍ସା ପାଇଁ ଆସୁଥିବା ଜନସାଧାରଣଙ୍କ ପାଇଁ ଆହାର ଯୋଜନାରେ ରାତ୍ରିଭୋଜନ ମିଳିବ । ପ୍ରତିଦିନ ରାତି ୭ଟା ରୁ ୯ଟା ଭିତରେ ୧୫ ହଜାର ଲୋକଙ୍କୁ ୫୬ଟି ଆହାର କେନ୍ଦ୍ରରେ ରାତ୍ରିଭୋଜନର ସୁବିଧା ମିଳିବ ।
Kanak News is now on WhatsApp
Join and get latest news updates delivered to you via WhatsApp
ତେବେ ସବୁଠାରୁ ବଡ କଥା ହେଉଛି, ଏହି କାର୍ଯ୍ୟକ୍ରମରେ ସାଧାରଣ ଲୋକଙ୍କୁ ସାମିଲ କରିବା ଉଦ୍ଦେଶ୍ୟରେ ଅନଲାଇନରେ ଦାନ ବ୍ୟବସ୍ଥା ମଧ୍ୟ ଆରମ୍ଭ କରାଯିବ । ଲୋକମାନେ ସେମାନଙ୍କ ପ୍ରିୟଜନଙ୍କ ଜନ୍ମ ଦିବସ, ବିବାହ ବାର୍ଷିକୀ ଓ ଶ୍ରାଦ୍ଧ ଦିବସ ଅବସରରେ ଚାହିଁଲେ ଆହାର କେନ୍ଦ୍ର ଜରିଆରେ ଲୋକମାନଙ୍କୁ ଖାଇବାକୁ ଦେଇପାରିବେ । ଏଥିପାଇଁ କେବଳ ଅନଲାଇନ ମାଧ୍ୟମରେ ଦାନ ଗ୍ରହଣଟ କରାଯିବ ଓ ଏଥିରେ ଶତପ୍ରତିଶତ ଆୟକର ରିହାତି ମିଳିବ ।