ସନ୍ଧ୍ୟା ୭ଟା ସୁଦ୍ଧା ୧୭ ଜିଲ୍ଲାକୁ ସତର୍କ ଘଣ୍ଟି ! ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରିକଲା ପାଣିପାଗ କେନ୍ଦ୍ର ।

649

କନକ ବ୍ୟୁରୋ: ରାତି ୭ଟା ମଧ୍ୟରେ ରାଜ୍ୟର ୧୭ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ଭଦ୍ରକ, ଗଞ୍ଜାମ, କେନ୍ଦ୍ରାପଡ଼ା, ଗଜପତି, କନ୍ଧମାଳ, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୋନପୁର, ବୌଦ୍ଧ, ରାୟଗଡ଼ା, କଳାହାଣ୍ଡି ଏବଂ କୋରାପୁଟ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ଗତ ୨୧ ତାରିଖ ଠାରୁ ମୌସୁମୀ ଓଡ଼ିଶା ଛୁଇଁବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ବିଶେଷ କରି ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଧରି ଏହାର ପ୍ରଭାବ ଅଧିକ ମାତ୍ରା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତଫରୁ ସୂଚନା ମିଳିଛି । ତେବେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ବର୍ଷା ଦେଖିବାକୁ ମିଳିଛି ।