ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍:ଏସସିବି ନର୍ସିଂ ଛାତ୍ରୀଙ୍କ ଆନ୍ଦୋଳନ ସ୍ଥଗିତ । ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ଛାତ୍ରୀମାନେ ଆନ୍ଦୋଳନକୁ ସ୍ଥଗିତ ରଖିଛନ୍ତି । ତେବେ ଖୁବଶୀଘ୍ର ନ୍ୟାୟ ମିଳିବା ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନକୁ ସ୍ଥଗିତ ରଖିବା ନେଇ ନିଷ୍ପତି ନେଇଛନ୍ତି ଆନ୍ଦୋଳନରତ ନର୍ସିଂ ଛାତ୍ରୀ । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ମୁତାବକ, ଖୁବଶୀଘ୍ର ଅଧ୍ୟକ୍ଷାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଗଲେ ପୁଣି ଥରେ  ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଛାତ୍ରୀମାନେ।