କନକ ବ୍ୟୁରୋ : ଆଜି ଦିଲ୍ଲୀରେ ବସିବ ନୀତି ଆୟୋଗ ପରିଚାଳନା ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଯୋଗ ଦେବେ । ଆଜିର ବୈଠକରେ ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ପ୍ରସଙ୍ଗ ଉଠାଇବେ ନବୀନ । ବୈଠକରେ ଓଡିଶା ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ମଧ୍ୟ ଦାବି କରବେ ।
Kanak News is now on WhatsApp
Join and get latest news updates delivered to you via WhatsApp
ପାଂଚ ଦିନିଆ ଦିଲ୍ଲୀ ଗସ୍ତ ପୂର୍ବରୁ ସଚିବାଳୟରେ ଗଣମାଧ୍ୟମକୁ ଏହି ସୂଚନା ଦେଇଥିଲେ ନବୀନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ନୀତି ଆୟୋଗର ଅଧ୍ୟକ୍ଷ ଭାବେ ପ୍ରଧାନମନ୍ତ୍ରୀ ଦେଶର ବିକାଶ ନେଇ ଆସନ୍ତା ଦୁଇ ବର୍ଷ ପାଇଁ ତାଙ୍କର ଆଭିମୁଖ୍ୟ ସ୍ପଷ୍ଟ କରିବେ ।
ବୈଠକରେ ଏକ ୩ବର୍ଷିଆ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯିବ । ଏହା ସହିତ ଦେଶର ତ୍ୱରିତ ବିକାଶ ନେଇ ଏକ ୧୫ ବର୍ଷିଆ ଭିଜନ ଡକ୍ୟୁମେଂଟ ବୈଠକରେ ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ରାଜ୍ୟମାନଙ୍କ ସହିତ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି ।