ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ନେଇ ସଚିବାଳୟରେ ବୈଠକ ଅନୁଷ୍ଠିତ ! ମନ୍ତ୍ରୀ ମହେଶ୍ୱର ମହାନ୍ତି, ବିରୋଧୀ ଦଳ ନେତା ନରସିଂହ ମିଶ୍ରଙ୍କ ସମେତ ଅନେକ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ

24

କନକ ବ୍ୟୁରୋ: ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି, ବିରୋଧୀ ଦଳ ନେତା ନରସିଂହ ମିଶ୍ରଙ୍କ ସମେତ ଅନେକ ମନ୍ତ୍ରୀ ଓ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ ।

ସରକାର ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ସାରା ଦେଶରେ ସୁନାମ ଅର୍ଜନ କରିଛନ୍ତି । ପ୍ରାକୃତିକ ବିପର୍ଯ୍ୟୟ ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତେବେ ବଲାଙ୍ଗିରରେ ଅନେକ ଜଳାଶୟର ପୁନରୁଦ୍ଧାର ପାଇଁ ସରକାର ଆନ୍ତରିକତା ଦେଖାଇନାହାନ୍ତି ବୋଲି ବିରୋଧୀ ଦଳ ନେତା ନରସିଂହ ମିଶ୍ର ଅଭିଯୋଗ ଆଣିଥିଲେ ।