ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା !

30

କନକ ବ୍ୟୁରୋ : ଆଜି ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଘଡଘଡି ବର୍ଷା ସହ ୫୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବା ଆଂଚଳିକ ପାଣି ପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ମୟୁରଭଂଜ, କେନ୍ଦୁଝର, ବାଲେଶ୍ୱର, ରାୟଗଡା, ଗଂଜାମ, ଗଜପତି, କୋରାପୁଟ, ମାଲକାନଗିରି, କନ୍ଧମାଳ, କଟକ, ଭଦ୍ରକ, ଅନୁଗୁଳ ଓ ଢେଙ୍କାନାଳ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।