ରାଜ୍ୟରେ ୩ୟ କରୋନା ଆକ୍ରାନ୍ତ ଚିହ୍ନଟ । ଟ୍ୱିଟ କରି ସୂଚନା ଦେଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

10,563

କନକ ବ୍ୟୁରୋ : ରାଜ୍ୟରେ ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପୂର୍ବରୁ ୨ ଥିବା ବେଳେ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଲା ଓଡିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ତେବେ ବର୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ସମସ୍ତ ଆକ୍ରାନ୍ତ ରାଜଧାନୀର ବୋଲି ସୂଚନା ରହିଛି ।

ତେବେ ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ବର୍ତମାନ ସୁଦ୍ଧା ଦେଶରେ ୬୯୦ ରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ମିଳିଛି ସୂଚନା । ତେବେ ରାଜ୍ୟରେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ୬୦ ବର୍ଷର ବୃଦ୍ଧ ବୋଲି ସ୍ପଷ୍ଟ ହୋଇଛି ।