ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ଆରମ୍ଭ : ଶୂନ୍ୟ ପହଁଣ୍ଡିରେ ଆସୁଛନ୍ତି ଦେବୀ ସୁଭଦ୍ରା

69

କନକ ବ୍ୟୁରୋ: ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ଆରମ୍ଭ । ଶୂନ୍ୟ ପହଁଣ୍ଡିରେ ଆସୁଛନ୍ତି ଦେବୀ ସୁଭଦ୍ରା । ଦେବଦଳନ ରଥରେ ବିଜେ କରିବେ ଦେବୀ ସୁଭଦ୍ରା । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଶ୍ରୀମନ୍ଦିରରୁ ରଥାରୁଢ଼ କରାଯାଇଛି ।

ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ବାଇଶି ପାହଚ ଦେଇ ଓହ୍ଲାଇ ଆସିବାର ଦୃଶ୍ୟରେ ଭକ୍ତମାନଙ୍କୁ ବିମୋହିତ କରିଛି । ବଳଭଦ୍ରଙ୍କ ପରେ ଶ୍ରୀମନ୍ଦିରରୁ ପହଣ୍ଡିରେ ବାହାରିଛନ୍ତି ମା ସୁଭଦ୍ରା ।

ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ ଗୋଟି ପହଣ୍ଡିରେ ବାହାରିଛନ୍ତି ଆଉ ଶେଷର ଗହଳି ଲଗାଇ ଶ୍ରୀ ଶ୍ରୀ ଜଗନ୍ନାଥ, ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣ ରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥାଆଡକୁ ଅଗ୍ରସର ହେବେ । ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତିମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା ।