ଲଣ୍ଡନରେ ଆତଙ୍କବାଦୀ ଆକ୍ରମଣ ଘଟଣା : ଟ୍ୱିଟ୍ କରି ଦୃଢ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

20

କନକ ବ୍ୟୁରୋ : ଲଣ୍ଡନରେ ଆତଙ୍କବାଦୀ ଆକ୍ରମଣକୁ ଦୃଢ ନିନ୍ଦା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ଏହାସହ ଏଥିରେ ଆହତ ହୋଇଥିବା ବ୍ୟକ୍ତିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୋଦି ।