ବାରିପଦାରେ ମୋଦି: ୪ହଜାର ୫ଶହ କୋଟିି ଟଙ୍କା ପ୍ରକଳ୍ପର କଲେ ଉଦଘାଟନ ଓ ଶିଳାନ୍ୟାସ

ଦଳୀୟ ସଭା ଉପରେ ନଜର

197

କନକ ବ୍ୟୁରୋ: ଦିନିକିଆ ଓଡିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବାରିପଦାରେ ଆୟୋଜିତ ବିଶାଳ ଜନ ସମାବେଶରେ ସାମିଲ ହୋଇଛନ୍ତି ମୋଦି । ଏହି ଅବସରରେ ମୋଦି ଓଡିଶା ବାସୀଙ୍କୁ ନବ ବର୍ଷର ଅଭିନନ୍ଦନ ଜଣାଇଛନ୍ତି ମୋଦି । ମୋଦୀ କହିଛନ୍ତି ଯେ କେନ୍ଦ୍ର ସରକାର ଜାତୀୟ ସ୍ତରର ଅନେକ ପ୍ରକଳ୍ପର ଶୁଭାରମ୍ଭ ଓଡ଼ିଶାରେ କରିଛନ୍ତି। ଏଥିରେ ରାଜ୍ୟବାସୀ ସହିତ ଦେଶବାସୀ ମଧ୍ୟ ଉପକୃତ ହେବେ। ପୂର୍ବୋଦୟରୁ ଭାରତର ବିକାଶରେ ଓଡ଼ିଶା ପ୍ରମୁଖ ଭୂମିକା ନିର୍ବାହ କରିବ ବୋଲି ପିଏମ ମୋଦୀ କହିଛନ୍ତି।

ବାରିପଦାରେ ୪୫ଶହ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହାରି ଭିତରେ ରହିଛି ନୂଆ ସଡକପଥ, ରେଳପଥ, ଏଲପିଜି ପାଇପ୍ ଲାଇନ୍, ନୂଆ ପାସେଂଜର ଟ୍ରେନ ଏବଂ ଏକ ଲଜିଷ୍ଟିକ୍ସ ପାର୍କ । ତିନିଟି ରାଜପଥ ପ୍ରକଳ୍ପର ଭୂମି ପୂଜା କରିଛନ୍ତି । ରେମୁଲି-କୋଇଡା, କୋଇଡା- ରାଜାମୁଣ୍ଡା ଓ ସିଙ୍ଗରା- ବିଂଜବାହାଳ ୪ ଲେନ୍ ବିଶିଷ୍ଟ ରାଜପଥର ଶିଳାନ୍ୟାସ କରିଛନ୍ତି ମୋଦି । ଏହି ରାଜପଥ ପାଇଁ ୩୩୧୮ କୋଟି ଟଙ୍କାର ପୁଂଜି ନିବେଶ ହୋଇଛି । ସେହିପରି ବାଲେଶ୍ୱର- ହଳଦିଆ-ଦୁର୍ଗାପୁର ଏଲପିଜି ପାଇପ୍ ଲାଇନର୍ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ପ୍ରକଳ୍ପ ପାଇଁ ୧୦୮୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ସେହିପରି ୨ଟି ରେଳ ଲାଇନ ମଧ୍ୟ ଲୋକାର୍ପିତ କରିଛନ୍ତି ମୋଦି । ବାଲେଶ୍ୱରଠାରେ ନିର୍ମିତ ମଲ୍ଟି ମୋଡାଲ ଲଜିଷ୍ଟିକ୍ସ ପାର୍କର ମଧ୍ୟ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହାସହ ଭଦ୍ରକ, କଟକ, ଆସ୍କା, ଯାଜପୁର, ଢେଙ୍କାନାଳ ଓ କେନ୍ଦୁଝରଠାରେ ନୂଆ ପାସପୋର୍ଟ ସେବା କେନ୍ଦ୍ର ଖୋଲାଯାଇଛି ।


ତେବେ ବାରିପଦା ଗସ୍ତ ଅବସରରେ ମୋଦି ହରିପୁରଗଡ ଠାରେ ଥିବା ରସିକରାୟ ମନ୍ଦିର ଓ ଖନନ କରାଯାଇଥିବା ଢାଂଚାର ସଂରକ୍ଷଣ ଏବଂ ବିକାଶ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।