ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି !

32

କନକ ବ୍ୟୁରୋ : ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେପି ଜାତୀୟ କାର୍ଯ୍ୟକାରିଣୀରେ ଯୋଗ ଦେବା ପାଇଁ ରାଜଧାନୀରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆଜି ଅପରାହ୍ନରେ ବାୟୁ ସେନାର ସ୍ୱତନ୍ତ୍ର ବିମାନ ‘ରାଜହଂସ’ ଯୋଗେ ଭୁବନେଶ୍ୱରରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ତେବେ ତାଙ୍କୁ ବିମାନବନ୍ଦରରେ ଭବ୍ୟ ସମ୍ବର୍ଦ୍ଧନା ଜଣାଇଥିଲେ ଦଳୀୟ ନେତା ଏବଂ ସମର୍ଥକମାନେ । ସେଠାରେ ସେ କଳିଙ୍ଗ ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ । ଏହାପରେ ସେ ମଂଚରୁ ଓହ୍ଲାଇ ସାଧାରଣ ଜନତାଙ୍କ ସହ କରମର୍ଦ୍ଦନ କରିଥିଲେ । ଏବଂ ରାଜଭବନ ଅଭିମୁଖେ ଯାତ୍ରା କରିଥିଲେ ।

ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି । ୨୦୧୯ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିବ ଦଳ । ଏନେଇ ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଗତକାଲିଠାରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଛି । ଏହି ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଆପ୍ରାଣ ଉଦ୍ୟମ କରିଛନ୍ତି ଓଡିଶା ବିଜେପିର ନେତା ।

ଏହା ସହ ଦେଖନ୍ତୁ ଏହି ଭିଡିଓ –