ଜଗନ୍ନାଥ ସ୍ୱାଇଁ ମହାପାତ୍ରଙ୍କ ଗିରଫ ଦାବିରେ ରାଜରାସ୍ତାକୁ ଓହ୍ଲାଇଲା ଶ୍ରୀଜଗନ୍ନାଥ ସଂସ୍କୃତି ପ୍ରଚାର ସମିତି

33

ପୁରୀ ବ୍ୟୁରୋ, କନକ ନ୍ୟୁଜ୍ : ପୁରୀ ଶଙ୍କରାଚାର୍ଯ୍ୟ ଓ ଗଜପତି ମହାରାଜଙ୍କ ବିରୋଧରେ ଜଗନ୍ନାଥଙ୍କ ମୁଖ୍ୟ ବାଡଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର ଦେଇଥିବା ବୟାନର ତୀବ୍ର ବିରୋଧ କରିଛି ଶ୍ରୀଜଗନ୍ନାଥ ସଂସ୍କୃତି ପ୍ରଚାର ସମିତି । ଏନେଇ ଆଜି ସମିତି ପକ୍ଷରୁ ପୁରୀ ଟାଉନ ଥାନା ସମ୍ମୁଖରେ ତାଙ୍କ ବିରୋଧରେ ନାରାବାଜି କରିବା ସହ ପ୍ଲାକାର୍ଡ ପ୍ରଦର୍ଶନ କରାଯାଇଛି । ସମ୍ମାନ ହାନୀ ହେଲାଭଳି ମନ୍ତବ୍ୟ ଦେଇଥିବାରୁ ଜଗନ୍ନାଥ ସ୍ୱାଇଁ ମହାପାତ୍ରଙ୍କ ଗିରଫ ଦାବି କରିଛନ୍ତି ସମିତିର ସଦସ୍ୟମାନେ।

ମହାପ୍ରଭୁଙ୍କୁ ଛୁଇଁବା ପ୍ରସଙ୍ଗରେ ଶଙ୍କରାଚାର୍ଯ୍ୟ ଓ ଗଜପତିଙ୍କ ପରାମର୍ଶ ଗ୍ରହଣୀୟ ନୁହେଁ ବୋଲି କହିଥିଲେ ଜଗନ୍ନାଥ ସ୍ୱାଇଁ ମହାପାତ୍ର । ଏପରିକି କନକ ନ୍ୟୁଜକୁ ସ୍ୱତନ୍ତ୍ର ସାକ୍ଷାତକାର ଦେଇ ଶଙ୍କରାଚାର୍ଯ୍ୟ ଓ ଗଜପତିଙ୍କୁ ଲୋକେ ଘୃଣା କରନ୍ତି ବୋଲି ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଏହା ପ୍ରତିବାଦରେ ଆଜି ଧାରଣାକୁ ଓହ୍ଲାଇଛି ଶ୍ରୀଜଗନ୍ନାଥ ସଂସ୍କୃତି ପ୍ରଚାର ସମିତି ।