ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ! ଅପରାହ୍ନ ୩ଟାରୁ ସନ୍ଧ୍ୟା ୭ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ

31

କନକ ବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ହେବ ବନକଲାଗି ନୀତି । ଏଥିପାଇଁ ଅପରାହ୍ନ ୩ଟାରୁ ସନ୍ଧ୍ୟା ୭ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ପବିତ୍ର କାର୍ତ୍ତିକ ମାସରେ ପୁରୀରେ ହବିଷ୍ୟାଳିଙ୍କ ଭିଡ ଜମିଥିବାରୁ ଏହି ସମୟରେ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଭକ୍ତ ଦର୍ଶନ କରିପାରିବେ ନାହିଁ । ଦ୍ୱିତୀୟ ଭୋଗମଣ୍ଡପ ପରେ ଦତମହାପାତ୍ର ସେବକ ଏହି ନୀତି ସମ୍ପନ୍ନ କରିବେ ।